Lakhe Raja Ra Mauda Mani

Lakhe Raja Ra Mauda Mani

Share

Jay jagannath

24/12/2024
05/07/2021

ସୁସ୍ଥ ହେଉଛନ୍ତି ମଣିମା 🙏। ଆଜି ଆଷାଢ଼ କୃଷ୍ଣ ଏକାଦଶୀ ରେ ଶ୍ରୀଜୀଉମାନଙ୍କୁ ଦଶମୂଳ ମୋଦକ ଅର୍ପଣ ହୋଇ ଶ୍ରୀଅଙ୍ଗେ ଖଳି ଲାଗି ହେବ। ତତ୍ପରେ ଶ୍ରୀମହାପ୍ରଭୁ ଙ୍କ ବଡ଼ସର୍ବାଙ୍ଗ ହେବ। ଏଥି ସହ ମଣିମା ଙ୍କ ଅଣସର ଗ୍ରୁହ ରେ ତୁଳସୀ ପ୍ରବେଶ କରିବେ ଓ ଶ୍ରୀଅଙ୍ଗେ ଲାଗି ହେବେ, ନୈବେଦ୍ଯ ରେ ମଧ୍ଯ ସମର୍ପଣ ହେବେ। ଅଣସରେ ଶ୍ରୀଜୀଉଙ୍କ ଉପଚାର ରେ କେବଳ ଶୁକ୍ଳପୁଷ୍ପ ବ୍ଯବହାର ହେଉଥିଲା କିନ୍ତୁ ଆଜିଠାରୁ ରଂଗ ବେରଂଗ ପୁଷ୍ପ ମଧ୍ଯ ଲାଗି ହେବ ଓ ନୀତି ରେ ବନ୍ଦ ରହିଥିବା ଘଣ୍ଟ ଘଣ୍ଟା ବାଜିବ ,ମଣିମା ଙ୍କ ସର୍ବାଙ୍ଗ ବେଳେ ବାହାରୁ ପାଳିଆ ଖୁଣ୍ଟିଆ ଶ୍ରୀମହାପ୍ରଭୁ ଙ୍କୁ ମଣିମା ଡ଼ାକ ଦେବ।
स्वस्थ हो रहे है श्रीमहाप्रभु !
आज आषाढ़ कृष्ण एकादशी के अबसर पर श्रीजी को काल का प्रस्तुत किया हुआ दशमूल मोदक अर्पण किया जाएगा फिर श्री अंग मे खलि लागि होगा फिर श्री महाप्रभु का बड़ा सर्बांग् नीति होगा, इसी के साथ आज से तुलसी महारानी अनबसर गृह मे प्रबेश करके श्री अंग मे लगेंगे और नीवेध्य मे भी अर्पण लागि होंगे। अनबसर के दौरान सिर्फ सफेद पुष्प का अनबसर गृह मे प्रबेश के लिए अनुमति होता है पर आज से रंग बेरंग के पुष्प भी श्री अंग मे लागि होंगे। अनबसर के सुरुवात से किसी भी पूजा के घंटा घंट तुरी आदि का ब्यबहर नही किया जाता है पर आज से घंटा घंट बजना शुरू होगा और आज जब महाप्रभु का सर्बांग् नीति के समय छामु खूंटीआ महाप्रभु को मणिमा डाक देगा

04/07/2021

#ଶ୍ରୀମନ୍ଦିରରେ_ମହାପ୍ରଭୁଙ୍କର_ଚକାବିଜେ_ନୀତି .

ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ଶ୍ରୀଜୀଉ ଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ। ଏହା ଏକାଦଶୀ ଦିନ ଶ୍ରୀଜୀଉ ଙ୍କ ପାଖେ ସମର୍ପଣ ହୋଇଥାଏ। ଶ୍ରୀମନ୍ଦିର ର ରାଜବୈଦ୍ୟ ସେବକ ମାନେ ପୁରୁଷାନୁକ୍ରମେ ମହାପ୍ରଭୁଙ୍କ ଏହି ସେବା କରିଥାନ୍ତି। ଏହି ମହୌଷଧି ପ୍ରସ୍ତୁତି ନିମନ୍ତେ ଶାଳପନ୍ନି , ଗମ୍ଭାରୀ , ଫଣଫଣା , କୃଷ୍ଣ ପନ୍ନି , ଅଗବଥୁ , ବେଲ , ଅଙ୍କରାନ୍ତି , ଗୋଖରା ,ଲବିଂ କୋଳି , ନବାଙ୍କୁରୀ କୁ ପ୍ରଥମେ ଶୁଖା ଯାଇଥାଏ। ପରେ ଏହାକୁ କୁଟା ଯାଇ ଗୁଣ୍ଡ କରାଯାଇଥାଏ । ଏହି ଗୁଣ୍ଡ କୁ ଗାମୁଛାରେ ଛାଣି ନୂତନ କାଠ ଚୁଲିରେ କଡେଇ ବସଯାଇ ଖୁଆ , ଶର୍କରା , ସର , ମହୁ , ଘିଅ , ଭାଙ୍ଗ ଆଦି ପକାଯାଇ ଏହାକୁ ପାଗ କରାଯାଏ। ପାଗ ପରେ ଏହାକୁ କଦଳୀ ପତ୍ର ଉପରେ ରଖି ଥଣ୍ଡା କରାଯାଇଥାଏ। ଥଣ୍ଡା ହେଲା ପରେ ଏହାକୁ ଗୋଲାକାର ମୋଦକ କରି ୩ଟି କୁଡୁଆ ରେ ରଖା ଯାଇଥାଏ। ଏହା ଉପରେ କର୍ପୂର ଦେଇ ତାଳପତ୍ର ଭୋଗେଇରେ ରଖି ଶ୍ରୀମନ୍ଦିର ଗାରଦ ରେ ଦାଖଲ କରାଯାଇଥାଏ।
ନୀଳାଦ୍ରି ମହୋଦୟ ଶାସ୍ତ୍ରରେ ମହାପ୍ରଭୁଙ୍କ ଅଣସରକାଳୀନ ଗୋପନ ସେବା ସଂପର୍କରେ ରହିଥିବା ମାର୍ଗ ଦର୍ଶକ ମୁତାବକ, ବିଶ୍ୱାବସୁ ତଥା ବିଦ୍ୟାପତି ବଂଶଧାରମାନେ ଶ୍ରୀଅଙ୍ଗ ସେବାରେ ଲାଗିବେ । ଏହି ସେବା ପାଇଁ ବିଭିନ୍ନ ପ୍ରକାରର ଚେରମୂଳିରୁ ପ୍ରସ୍ତୁତ ଔଷଧ ପ୍ରସ୍ତୁତ କରାଯାଇଛି । ସେଥିମଧ୍ୟରୁ ଗୁରୁତ୍ୱପୂର୍ଣ୍ଣ ହେଉଛି ବଡଓଡିଆ ମଠରୁ ଆସିଥିବା ଫୁଲୁରି ତେଲ ଓ ଶୁଦ୍ଧସୁଆର ସେବକମାନେ ଯୋଗାଇଥିବା ଓଷୁଅ ବା ଖଳି ।

ଆର୍ୟୁବେଦ ଶାସ୍ତ୍ର ଉପରେ କାହିଁକି ଭରସା କରନ୍ତି ମହାପ୍ରଭୁ:-

ସ୍ନାନ ପୂର୍ଣ୍ଣମୀ ଦିନ ସର୍ବାଙ୍ଗ ସ୍ନାନ ପରେ ଅସୁସ୍ଥ ହୋଇ ପଡିଥିବା ମହାପ୍ରଭୁଙ୍କୁ ସମ୍ପୂର୍ଣ୍ଣ ସୁସ୍ଥ କରିବା ଲାଗି ଦଶମୂଳ ମହୌଷଧି ଲାଗି କରାଯାଏ । ପବିତ୍ର ଏକାଦଶୀ ତିଥି ଅବସରରେ ବିଳମ୍ୱିତ ରାତିରେ ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶ କ୍ରମେ ପତି ମହାପାତ୍ର ସେବକ ଏହାକୁ ଲାଗି କରିବେ ।

ଏହି ମହୌଷଧି ଶ୍ରୀ ଅଙ୍ଗରେ ଉପଚାର କରାଯିବା ପରେ ଜ୍ୱରରେ କମ୍ପୁଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ । ଏଥିସହିତ ମହାପ୍ରଭୁଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ନୀତି ମଧ୍ୟ ଅନୁଷ୍ଠିତ ହେବ । ଶ୍ରୀଜୀଉମାନେ ରକ୍ତବସ୍ତ୍ର ପରିଧାନ କରିବେ ଓ ମହାପ୍ରଭୁଙ୍କୁ ତୁଳସୀ ଲାଗି ହେବେ ।

ସ୍ନାନ ପୂର୍ଣ୍ଣିମୀ ପରଠାରୁ ଅସୁସ୍ଥ ହୋଇପଡିବା ପରେ ମହାପ୍ରଭୁଙ୍କୁ ନୀତିରେ ତୁଳସୀ କିମ୍ୱା ଧଳା ଫୁଲ ବ୍ୟବହାର ହେଉନଥିଲା ।
ଏଠାରେ ଉଲ୍ଲେଖଥାଉକି,ଦଇତାପତି ସେବକଙ୍କ ଉଦ୍ୟମ କ୍ରମେ ମହାପ୍ରଭୁ କ୍ରମଶଃ ସୁସ୍ଥ ହୋଇ ଉଠନ୍ତି। ପୂର୍ବରୁ ବଡ଼ ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇ ଦିଅନ୍ତି, ଯାହା ମହାପ୍ରଭୁଙ୍କ ଠାରେ ଲାଗି କରାଯାଏ । ସେହିଭଳି ଶୁଦ୍ଧ ସୁଆର ସେବକ ମହାପ୍ରଭୁଙ୍କୁ ଔଷଧ ଯୋଗାଇ ଦିଅନ୍ତି ।
ଏହି କ୍ରମରେ ମହାପ୍ରଭୁ ଚକାବିଜେ ହେବା ପରେ ସୁସ୍ଥ ହେଉଥିବା ଲକ୍ଷଣ ପ୍ରକାଶ ପାଏ । ଏବଂ ପ୍ରଭୁଙ୍କ କବିରାଜ ତୁରନ୍ତ ଶ୍ରୀମନ୍ଦିରକୁ ଦଶମୂଳ ବା ମୋଦକ ବିଜେ କରାନ୍ତି ।

ଆଷାଢ଼ କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରର ଅନବସର ଗୃହରେ ତିନୋଟି ମୁଗୁନି ପଥରର ଚକା ଅଣସର ପିଣ୍ଡିରେ ରଖାଯାଇ ବିଗ୍ରହଙ୍କୁ ଏକ ଚକା ଉପରେ ବିଜେ କରାଯାଏ । ପାରମ୍ପରିକ ରୀତି ମତେ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କୁ ଆରୋଗ୍ୟ ହେବା ନିମନ୍ତେ ରାଜବୈଦ୍ୟଙ୍କ ପ୍ରସ୍ତୁତ ଦଶମୂଳ ମୋଦକ ସେବନ କରିବାକୁ ଦିଆଯାଇଥାଏ । ।ରାଜବୈଦ୍ୟମାନେ ପ୍ରସ୍ତୁତ କରିଥିବା ଦଶମୂଳ ମୋଦକକୁ ପତି ମହାପାତ୍ର ସେବକ ଠାକୁରମାନଙ୍କୁ ଭୋଗ କରିବା କରିବା ପରେ ଅଣସର ଘରେ ଶୋଇରହିଥିବା ଜୀଉମାନେ ଉଠି ଚକା ଉପରକୁ ବିଜେ କରିଥାନ୍ତି ।
ଜୟ ଜଗନ୍ନାଥ l

Photos from Lakhe Raja Ra Mauda Mani's post 29/06/2021

ଅଣସର ପଞ୍ଚମୀରେ ମହାପ୍ରଭୁଙ୍କଠାରେ ଫୁଲୁରି ତେଲ ଲାଗି:-

ଆଜି ଅଣସରର ପଞ୍ଚମ ଦିବସ । ଦେବସ୍ନାନ ପୂର୍ଣ୍ଣିମା ପରେ ଅଣସରରେ ଠାକୁରମାନେ ରହିବାର ୫ମ ଦିନ। ପରମ୍ପରା କ୍ରମେ ଅସୁସ୍ଥ ଶ୍ରୀଜୀଊମାନେ ଏବେ ସୁସ୍ଥ ହେଉଛନ୍ତି। ଶୟନ ଅବସ୍ଥାରୁ ବିଗ୍ରହମାନଙ୍କୁ ବସାଇବା ଉପକ୍ରମ ଆରମ୍ଭ ହୋଇଛି। ଏଣେ ଲୌକିକ ମତରେ ଜ୍ୱରଗ୍ରସ୍ତ ଠାକୁରମାନଙ୍କ ଦେହରୁ ମଜରା ଛଡାଇବାକୁ କରାଯାଉଛି ଉପଚାର। ଶ୍ରୀଅଙ୍ଗକୁ ସୁସ୍ଥ କରିବାକୁ ଆଜି ମାଲିସ୍‌ ହୋଇଛି ଫୁଲୁରୀ ତେଲ। ତା ହେଲେ ଆସନ୍ତୁ ଜାଣିବା କ’ଣ ଏହି ଫୁଲୁରୀ ତେଲ ଆଉ କେମିତି ପ୍ରସ୍ତୁତ ହୁଏ ଏହି ଦିବ୍ୟ ଔଷଧୀ।
ଫୁଲରୁ ଫୁଲୁରୀ। ଔଷଧୀୟ ଗୁଣ ସମ୍ପନ୍ନ ସୁଗନ୍ଧିତ ଫୁଲ ମଲ୍ଲୀ, କିଆ, କେତକି ସହ କିଛି ଧାନ ଓ ବେଣାଚେରକୁ ଘଣା ହୋଇଥିବା ରାଶିତେଲରେ ମିଶାଇ ଏକ ମାଟି ହାଣ୍ଡିରେ ଏହାକୁ ପ୍ରସ୍ତୁତ କରାଯାଇଥାଏ। ଏହି ମିଶ୍ରଣକୁ ମାଟିତଳେ ଦୀର୍ଘ ଏକ ବର୍ଷ କାଳ ରଖିବା ପରେ ଦେବସ୍ନାନ ପୂର୍ଣ୍ଣିମା ଦିନ ମାଟିରୁ ବାହାର କରାଯାଇଥାଏ। ଏହି ଅବଧିରେ ଏହି ମିଶ୍ରିତ ତୈଳ ଔଷଧରେ ରୁପାନ୍ତରିତ ହୋଇଥାଏ। ଆୟୁର୍ବେଦ ଶାସ୍ତ୍ର ମୁତାବକ ଏ ସମ୍ପସ୍ତ ଫୁଲ ଓ ବେଣା ଚେରରେ ରହିଛି ଦେହକୁ ଉଷ୍ମତା ପ୍ରଦାନ କରିବାର ଶକ୍ତି। ଏଣୁ ମହାପ୍ରଭୁମାନେ ପ୍ରବଳ ସ୍ନାନ ଯୋଗୁ ଅସୁସ୍ଥ ହୋଇପଡିଥିବା କଳ୍ପନା କରାଯାଇ ଶ୍ରୀଅଙ୍ଗରେ ଏହି ତୈଳ ମର୍ଦ୍ଦନ କରାଯାଇଥାଏ।

ଶ୍ରୀକ୍ଷେତ୍ରରେ ଥିବା ବଡ଼ ଓଡ଼ିଆ ମଠ ଏହାକୁ ପ୍ରସ୍ତୁତ କରି ସେବା ନିମିତ୍ତ ଯୋଗାଇଥାନ୍ତି। ଗତ ବର୍ଷ ହେରା ପଞ୍ଚମୀ ଦିନ ତିନିଟି ମାଟି ହାଣ୍ଡିରେ ଘଣାପେଡ଼ା ରାଶିତେଲରେ ଉପରୋକ୍ତ ଔଷଧୀୟ ଫୁଲ ଓ ଚେରମୂଳୀ ମିଶାଇ ଏହାକୁ ପ୍ରସ୍ତୁତ କରାଯାଇଥିଲା। ମଠ ପକ୍ଷରୁ ଅଣସର ପଞ୍ଚମୀରେ ଏହାକୁ ଶ୍ରୀମନ୍ଦିରକୁ ପଠାଯାଇଥାଏ। ଦେଉଳ କରଣଙ୍କ ନେତୃତ୍ୱରେ ଏହାକୁ ଅଣସର ଗୃହକୁ ଆଣାଯିବା ପରେ ଦଇତାପତି ସେବକମାନେ ପ୍ରଭୁ ବଳଭଦ୍ର, ଜଗନ୍ନାଥ ଏବଂ ଦେବୀ ଶୁଭଦ୍ରାଙ୍କ ଶ୍ରୀଅଙ୍ଗରେ ଏହାକୁ ମାଲିସ କରିଥାନ୍ତି ।

01/06/2021

Jay Jay Jagannath 🙏🙏
⚫❗⚫

31/05/2021

ଜୟ ଜୟ ଜଗନ୍ନାଥ 🙏🙏
⚫❗⚫

30/05/2021

⚫❗⚫

30/05/2021

ଜୟ ଜୟ ପତିତପାବନ 🙏🙏
⚫❗⚫

Want your business to be the top-listed Photography Service in Puri?
Click here to claim your Sponsored Listing.

Category

Telephone

Website

Address


Puri